ଓଡ଼ିଶାଲାଇଭ୍ ବ୍ୟୁରୋ

CM Mohan Charan Majhi

ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାର୍ଚ୍ଚ ୫ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ।

ବିଜୁ ବାବୁଙ୍କ ଜୟନ୍ତୀ ଉପଲକ୍ଷେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯିବ। ଏହି ସଭାରେ ଯୋଗ ଦେବା ଲାଗି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି, “ମାର୍ଚ୍ଚ ୫ ତାରିଖ ଦିନ ରାଜ୍ୟ ସରକାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ ମହାସମାରୋହରେ ପାଳନ କରାଯିବ। ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ସନ୍ଧ୍ୟା ୭ଟା ସମୟରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି। ଆପଣଙ୍କ ଗରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିବ।”

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ପଟ୍ଟନାୟକଙ୍କ ପୁଅ ନବୀନ ପଟ୍ଟନାୟକଙ୍କୁ ଲେଖିଥିବା ଚିଠିକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।

Tags: #CMMohanCharanMajhi #NaveenPatnaik #CMOdisha #BijuPatnaik #BirthAnniversary #Invitation #JaydevBhawan #Bhubaneswar #Odisha

LEAVE A REPLY

Please enter your comment!
Please enter your name here