ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ପ୍ରତ୍ୟେକ ମହିଳା କେବଳ ଶାରୀରିକ ନୁହେଁ ମାନସିକ ଭାବରେ ମଧ୍ୟ ଫିଟ୍‌ ରହିବା ନିହାତି ଜରୁରୀ। ଆସନ୍ତୁ ମନସ୍ତତ୍ତ୍ୱବିତ୍‌ ନିଧି ଗର୍ଗଙ୍କଠାରୁ ମହିଳାଙ୍କର ମାନସିକ ସମସ୍ୟା ଏବଂ ତା’ର ଯତ୍ନ ବିଷୟରେ ଅଧିକ ଜାଣିବା।

ବୟସ୍କ ମହିଳାଙ୍କଠାରେ ମାନସିକ ସ୍ୱାସ୍ଥ୍ୟର ଯତ୍ନ ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଉଦ୍ଦେଶ୍ୟ।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଇଏଫ୍‌ଆଇ ଫାଉଣ୍ଡେସନ, ସ୍ୱାସ୍ଥ୍ୟପ୍ଲସ୍‌ ଓ ଓଡ଼ିଶାଲାଇଭ୍‌ର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୬ରୁ ୧୦ ପର୍ଯ୍ୟନ୍ତ ମହିଳାଙ୍କ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବିଷୟରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି।

ମହିଳାଙ୍କ ଜୀବନର ସମସ୍ତ ପର୍ଯ୍ୟାୟରେ ହେଉଥିବା ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟର ଯତ୍ନ ବାବଦରେ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟପ୍ଲସ୍‌ର ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯାଉଛି। ବିଶିଷ୍ଟ ଡାକ୍ତରମାନଙ୍କର ସାକ୍ଷାତକାରକୁ ଆଧାର କରି ଏହି ଭିଡିଓ ପ୍ରସ୍ତୁତ କରାଯାଇଛି।

Tags: #MentalHealth #WomenHealth #MentalHealthCare #OdiaHealthTips #HealthCare #HealthyLife

LEAVE A REPLY

Please enter your comment!
Please enter your name here