ଓଡ଼ିଶାଲାଇଭ୍ ବ୍ୟୁରୋ

ଶିକ୍ଷାବର୍ଷ ୨୦୨୫-୨୬ରୁ ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଏନେଇ ପ୍ରଥମ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ପ୍ରବେଶ ପାଇଁ ନୂତନ ସର୍ବନିମ୍ନ ବୟସ ସୀମା ସ୍ଥିର କରିଛନ୍ତି ରାଜ୍ୟ ସରକାର। ଏଣିକି ପିଲାଙ୍କୁ ୬ ବର୍ଷ ବୟସ ହୋଇନଥିଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ମିଳିବନି ଅନୁମତି।

ଛାତ୍ରଛାତ୍ରୀମାନଙ୍କୁ ଅଧିକ ସୁବିଧା ପ୍ରଦାନ କରିବା ପାଇଁ ୬ ବର୍ଷ ବୟସ ପୂରଣ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

ଛାତ୍ରଛାତ୍ରୀମାନଙ୍କର ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଛି।

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ରାଜ୍ୟର ସମସ୍ତ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲାଯିବ। ଏଠାରେ ୫ରୁ ୬ ବର୍ଷ ବୟସର ପିଲାଙ୍କୁ ପ୍ରି-ସ୍କୁଲରେ ନାମ ଲେଖାଇବାର ସୁଯୋଗ ମିଳିବ। ଆସନ୍ତା ଶିକ୍ଷାବର୍ଷଠାରୁ ଏହି ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

Tags: #NewEducationPolicy #Education #PrimaryEducation #OdishaGovt

LEAVE A REPLY

Please enter your comment!
Please enter your name here