ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ଅଧିନସ୍ଥ ଆଇଟିବିପିରେ ଅନେକ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଆଇଟିବିପିର ସ୍ପୋର୍ଟସ କୋଟାରେ ଖାଲିଥିବା ପ୍ରାୟ ୧୧୩ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତି ଜାରି ହୋଇଛି।

ଏଥିପାଇଁ ହେବାକୁ ଥିବା ଫିଜିକାଲ୍ ଟେଷ୍ଟ ପାଇଁ ଏବେ ଅନଲାଇନ ଆବେଦନ ଜାରି ରହିଛି। ଆବେଦନର ଶେଷ ତାରିଖ ଏପ୍ରିଲ ୨।

ଆପଣମାନେ ଏହି ସବୁ ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଥିଲେ, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • କନଷ୍ଟେବଳ – ୧୩

ଯୋଗ୍ୟତା

  • ସମସ୍ତ ପ୍ରାର୍ଥୀ ଭାରତୀୟ ନାଗରିକ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନଙ୍କ ବୟସ ୧୮ ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ

ଏହି ସବୁ ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନଙ୍କ ଶାରୀରିକ ମାନଦଣ୍ଡକୁ ଧାର୍ଯ୍ୟ କରାଯାଇଛି। ଏହାର ଅଧିକ ସୂଚନା ଆଇଟିବିପିର ୱେବସାଇଟରେ ଉପଲବ୍ଧ। ଏହାଛଡ଼ା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ପ୍ରାର୍ଥୀମାନଙ୍କୁ ବୟସ ସୀମାରେ ଛାଡ଼ ମିଳିବ।

ଚୟନ ପ୍ରକ୍ରିୟା 

  • ପ୍ରଥମେ ପ୍ରାର୍ଥୀମାନଙ୍କ କ୍ରୀଡ଼ା ପ୍ରଦର୍ଶନକୁ ନେଇ ସମୀକ୍ଷା କରାଯିବ
  • ପ୍ରଦର୍ଶନ ଆଧାରରେ ପ୍ରାର୍ଥୀମାନଙ୍କ ମେଡିକାଲ ଭେରିଫିକେସନ କରାଯିବ
  • ଏଥିରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କର ଶାରୀରିକ ପରୀକ୍ଷା କରାଯିବ
  • ଶେଷରେ ପଦବୀ ପାଇଁ ଚୟନ ପ୍ରାର୍ଥୀମାନଙ୍କ ଅନ୍ତିମ ତାଲିକା ଏସଏସସିର ୱେବସାଇଟରେ ବାହାରିବ

କେମିତି କରିବେ ଆବେଦନ

  • ଆଇଟିବିପିର ୱେବସାଇଟ୍ www.recruitment.itbpolice.nic.inକୁ ଯାଆନ୍ତୁ
  • ୱେବସାଇଟ୍ ଭିତରେ ‘କ୍ୟାରିୟର’ ଅପ୍ସନକୁ କ୍ଲିକ କରନ୍ତୁ
  • ଏହାପରେ ସେଠାରେ ନିଜର ରେଜିଷ୍ଟ୍ରେସନ କରନ୍ତୁ
  • ରେଜିଷ୍ଟ୍ରେସନ ପରେ ‘ଲଗ ଇନ’ କରି ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ
  • ଫର୍ମ ପୂରଣ ସମୟରେ ନିଜର ପାଖ ଅଞ୍ଚଳରେ ଥିବା ପରୀକ୍ଷା କେନ୍ଦ୍ରକୁ ବାଛନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

ସବ ଇନ୍ସପେକ୍ଟର ପଦବୀ ପାଇଁ ୧୦୦ ଟଙ୍କା ଓ ହେଡ କନଷ୍ଟେବଳ ଓ କନଷ୍ଟେବଳ ପଦବୀ ଆବେଦନ ଶୁଳ୍କ ସାଧରଣ ବର୍ଗର ପ୍ରାର୍ଥୀମାନଙ୍କୁ ଦେବାକୁ ପଡ଼ିବ। ଅନ୍ୟପଟେ ମହିଳା, ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟ ବର୍ଗର ପ୍ରାର୍ଥୀମାନଙ୍କ ପାଇଁ ଆବେଦନ ଶୁଳ୍କ ଛାଡ଼ କରାଯାଇଛି।

ଏହି ସବୁ ପଦବୀ ପାଇଁ କେବେ ପରୀକ୍ଷା କରାଯିବ ସେ ନେଇ ଆଇଟିବିପି ପକ୍ଷରୁ ଆଗକୁ ସୂଚନ ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ଆଇଟିବିପିର ୱେବସାଇଟରେ ଉପଲବ୍ଧ।

Tags: #Constable #ITBP #EmploymentOpportunity #India

LEAVE A REPLY

Please enter your comment!
Please enter your name here