ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଅସହ୍ୟ ହେଲାଣି ଖରା। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବା ଦେଖି ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଆସନ୍ତା ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ। ଏନେଇ ବୁଧବାର ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
ରାଜ୍ୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଏହି ନିୟମ ଲାଗୁ ହେବ। ସକାଳ ୭ଟାରୁ ସ୍କୁଲରେ ପାଠପଢ଼ା ହେବ। ସେହିପରି ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ ବୋଲି ନିଷ୍ପତ୍ତି ହୋଇଛି।
ସେହିପରି ତାପମାତ୍ରା ବୃଦ୍ଧି ହେଉଥିବାରୁ ସ୍କୁଲ, କଲେଜଗୁଡ଼ିକରେ ପାନୀୟ ଜଳ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ରହିଛି। ଖରା ଯୋଗୁଁ ଛାତ୍ରଛାତ୍ରୀମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ସ୍ଵତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି।
ସେହିପରି ଦିନ ୧୧ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରାଇବା ମନା କରାଯାଇଛି। ଏହାସହ ଅଘୋଷିତ ବିଜୁଳି କାଟ ହେବନି ବୋଲି ମନ୍ତ୍ରୀ କହିଛନ୍ତି।
Tags: #School #MorningClass #HeatWave #Odisha