ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଆଜିଠାରୁ ୪ ଦିନ ପ୍ରବଳ ବର୍ଷିବ। ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବାବେଳେ ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ।

ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି।

ମାର୍ଚ୍ଚ ୨୨ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ।

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିଗକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ମାର୍ଚ୍ଚ ୨୩ରୁ ୨୪ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି।

ସେହିପରି ମାର୍ଚ୍ଚ ୨୪ରୁ ୨୫ ତାରିଖ ମଧ୍ୟରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #RainfallWarning #HeavyRainfall #ThunderstormLightning #Odisha

Comment