ଓଡ଼ିଶାଲାଇଭ୍ ବ୍ୟୁରୋ

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘର ସମେତ ୯ଟି ଠିକଣା ଉପରେ ଏକକାଳୀନ ଚଢ଼ଉ କରିଛି ଭିଜିଲାନ୍ସ।

ଆଜି, ମଙ୍ଗଳବାର ଦିନ ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ପୈତୃକ ଗାଁ ଗଞ୍ଜାମ ଜିଲ୍ଲା ସୋରଡ଼ାଠାରେ ଥିବା ୩ଟି ଘର, ଭୁବନେଶ୍ଵରସ୍ଥିତ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ଆଦି ୯ଟି ସ୍ଥାନରେ ଚଢ଼ଉ ଜାରି ରହିଛି।

ସରକାରୀ ବାବୁଙ୍କର ସୋରଡ଼ାରେ ଥିବା ୩ଟି ଘର ଭଡ଼ା ସୂତ୍ରରେ ଦିଆଯାଇଥିବା ଚଢ଼ଉ ବେଳେ ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ନେଇ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ବିରୋଧରେ ଅଭିଯୋଗ ହୋଇଆସୁଥିଲା। ଅଭିଯୋଗ ଆଧାରରେ ଏହି ଚଢ଼ଉ କରାଯାଉଛି।

Tags: #VigilanceRaid #SurjyamaniPattajoshi #JatniMunicipalityExecutiveOfficer #Odisha

Comment