ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏପ୍ରିଲ ୧ରୁ ୫ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟ ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା।

ସେହିପରି ଏପ୍ରିଲ ୨ରୁ ୩ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବହିବାର ସମ୍ଭାବନା ରହିଛି।

ଏପ୍ରିଲ ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏପ୍ରିଲ ୩ରୁ ୪ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୯ଟି ଜିଲ୍ଲାକୁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଓ ୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର। ଏହି ସମୟ ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ ମାଲକାନଗିରି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବହିବାର ସମ୍ଭାବନା ଅଛି।

ଏପ୍ରିଲ ୪ରୁ ୫ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବାବେଳେ ୧୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ ଓ ଗଜପତି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋ ମିଟର ବହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #Thunderstorm #Lightning #Rainfall #Odisha

Comment