ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ୧୦ଟା ଯାଏ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀରେ ବଡ଼ଠାକୁରଙ୍କ ବନକଲାଗି ନୀତି ପାଇଁ ତିଥି ଧାର୍ଯ୍ୟ ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ। ବୁଧବାର ଦ୍ଵିତୀୟ ଭୋଗମଣ୍ଡପରେ ଭୋଗ ନୀତି ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ବଡ଼ଠାକୁରଙ୍କ ଶ୍ରୀମୁଖ ଶିଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ସାଧାରଣ ଭକ୍ତ।
ବନକଲାଗି ନୀତି ପାଇଁ ପହୁଡ଼ ଆଳତି ପରେ ଜୟ-ବିଜୟ ଦ୍ଵାର ବନ୍ଦ କରାଯାଇଥାଏ। ଏହାପରେ ଦତ୍ତମହାପାତ୍ର ସେବକମାନେ ବନକ ପେଡ଼ି ସହ ରତ୍ନ ସିଂହାସନକୁ ଉଠି ବନକଲାଗି କରିଥାନ୍ତି। ବନକଲାଗି ପାଇଁ ୩ ଖଣ୍ଡ ଶ୍ରୀକପଡ଼ା ଏବଂ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ରଙ୍ଗ ବ୍ୟବହାର କରାଯାଇଥାଏ।
ବନକଲାଗି ନୀତି ସରିବା ପରେ ପୂଜାପଣ୍ଡା ସେବକମାନେ ତଳେ ବସି ବଡ଼ଠାକୁରଙ୍କୁ ପଞ୍ଚାମୃତରେ ମହାସ୍ନାନ କରାଇଥାନ୍ତି। ଏହାପରେ ଦର୍ଶନ ଦେଇଥାନ୍ତି ମହାପ୍ରଭୁ।
Tags: #Shreemandir #BanakalagiRitual #ShreeJagannath #Tradition #Culture #Puri #Odisha

















