ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ର କୋଣ୍ଡାଗାଁଓ ଜିଲ୍ଲା ଜଙ୍ଗଲରେ ବୁଧବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବନ୍ଧୁକ ଓ ଅନେକ ମାତ୍ରରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

କୋଣ୍ଡାଗାଁଓ ଓ ନାରାୟଣପୁର ଜିଲ୍ଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରିଥିବା ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ଓ ସିଆରପିଏଫ୍ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ଏହାସହ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।  

Tags: #Police-MaoistEncounter #Maoists #Kondagaon #Chhattisgarh

LEAVE A REPLY

Please enter your comment!
Please enter your name here