ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଏପ୍ରିଲ ୨୨ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ଜାରି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ୨୨ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ।
ସେହିପରି ଏପ୍ରିଲ ୧୮ରୁ ୧୯ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏପ୍ରିଲ ୧୯ରୁ ୨୦ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏପ୍ରିଲ ୨୦ରୁ ୨୧ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେହିପରି ଏପ୍ରିଲ ୨୧ରୁ ୨୨ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Tags: #Weather #WeatherUpdate #ThunderStorm #Lightning #Kalabaishakhi #RainfallWarning #Odisha