ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଷାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ। ଏହା ଛଡ଼ା ଆମ ଶରୀରରେ ରକ୍ତ ତିଆରି ହେବାରେ ମଧ୍ୟ ଯକୃତ ସାହାଯ୍ୟ କରିଥାଏ।
କୌଣସି କାରଣରୁ ଯକୃତର କୋଷ ଗୁଡ଼ିକରେ ଚର୍ବି ଜମାଟ ବାନ୍ଧିଲେ, ଏହା ସଠିକ୍ ଭାବେ କାର୍ଯ୍ୟ କରିପାରେ ନାହିଁ। ଏହି ସମସ୍ୟାକୁ ଫ୍ୟାଟି ଲିଭର ବୋଲି କୁହାଯାଏ।
ବିଶ୍ଵ ଯକୃତ ଦିବସ ଅବସରରେ ଏହି ରୋଗକୁ ନେଇ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଇଏଫ୍ଆଇ ଫାଉଣ୍ଡେସନ, ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସ୍ ପକ୍ଷରୁ ଏକ ମିଳିତ ଡିଜିଟାଲ ମିଡିଆ କ୍ୟାମ୍ପେନ କରାଯାଇଛି।
ଲିଭର ବା ଯକୃତ ରୋଗ କ’ଣ, କାହିଁକି ହୁଏ ଏବଂ କିପରି ଏହାର ଚିକିତ୍ସା କରାଯାଏ – ଏ ସବୁ ବିଷୟକୁ ନେଇ ଡାକ୍ତରଙ୍କ ପରାମର୍ଶ ଥିବା ଭିଡିଓ ପୋଷ୍ଟ କରାଯିବ। ‘ଓଡ଼ିଶାଲାଇଭ୍’ ନ୍ୟୁଜ ପୋର୍ଟାଲ ସହିତ ଏହାର ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ (ଫେସବୁକ, ଟୁଇଟର)ରେ ଏହି ଭିଡିଓଗୁଡ଼ିକ ପ୍ରସାରିତ ହେବ। ଡେଲିହଣ୍ଟ ଏବଂ ଜିଓ ନ୍ୟୁଜ ପ୍ଲାଟଫର୍ମର ଓଡ଼ିଶାଲାଇଭ୍ ପେଜରେ ମଧ୍ୟ ଏହି ବିଷୟ ଉପଲବ୍ଧ ରହିବ।
ଫ୍ୟାଟି ଲିଭର କ’ଣ, ଫ୍ୟାଟି ଲିଭର କାହିଁକି ହୁଏ, ଏହାର ଚିକିତ୍ସା କିପରି କରାଯାଏ, ଫ୍ୟାଟି ଲିଭର ସମ୍ପର୍କରେ ଭେଷଜ ରୋଗ ବିଶେଷଜ୍ଞ ଡାକ୍ତର ସ୍ୱସ୍ତିକ ଆଚାର୍ଯ୍ୟଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #WorldLiveDay #LiverDisease #FattyLiver #Causes #Treatment #HealthyLife #OdiaHealthTips #DoctorAdvice