ଓଡ଼ିଶାଲାଇଭ୍ ବ୍ୟୁରୋ
ଜଳୁଛି ସାରା ଓଡ଼ିଶା। ଏପ୍ରିଲ ୨୬ ଯାଏଁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ହିଟଓ୍ଵେଭ୍ ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗିରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ନୂଆପଡ଼ା ଓ କଳାହାଣ୍ଡିକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ।
ଏପ୍ରିଲ ୨୩ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଏବଂ କଳାହାଣ୍ଡି ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ ଓ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ହେବା ନେଇ ପୂର୍ବାନୁମାନ କରାଯାଇଛି।
ଏପ୍ରିଲ ୨୪ ତାରିଖରେ ହିଟଓ୍ଵେଭ୍ ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ଅତ୍ୟଧିକ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ।
ସେହିପରି ଏପ୍ରିଲ ୨୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଏପ୍ରିଲ ୨୬ ତାରିଖ ବରଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ।
Tags: #Weather #WeatherUpdates #Temperature #Odisha #HeatWave