ଓଡ଼ିଶାଲାଇଭ୍ ବ୍ୟୁରୋ

ଟକ୍ ଟକ୍ ଖରାରେ ଜଳୁଛି ସାରା ଓଡ଼ିଶା। ଏପ୍ରିଲ ୨୭ ଯାଏଁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏପ୍ରିଲ ୨୪ ତାରିଖ ବୌଦ୍ଧ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବରଗଡ଼, କଳାହାଣ୍ଡି, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ଅସହ୍ୟ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏପ୍ରିଲ ୨୪ ତାରିଖ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସିଭିୟର ହିଟଓ୍ଵେଭ୍ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ରାତି ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି।

ତେବେ କଳାହାଣ୍ଡି, ନୂଆପାଡ଼ା, ଦେବଗଡ଼, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଏପ୍ରିଲ ୨୫ ତାରିଖରେ ସିଭିୟର ହିଟଓ୍ଵେଭ୍ ପାଇଁ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

କଳହାଣ୍ଡି, ନୂଆପଡ଼ା, ଦେବଗଡ଼, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏପ୍ରିଲ ୨୬ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ, ଦେବଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏପ୍ରିଲ ୨୭ ତାରିଖ ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ଝାରସୁଗୁଡ଼ା, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆଗାମୀ ୫ ଦିନ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାରୁ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜକୁ ଏପ୍ରିଲ ୨୩ ତାରିଖଠାରୁ ଛୁଟି ଘୋଷଣା କରାଯାଇଛି। ଆବଶ୍ୟକ ନଥିଲେ ଘରୁ ନବାହାରିବା ପାଇଁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Temperature #Odisha #HeatWave

LEAVE A REPLY

Please enter your comment!
Please enter your name here