ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରୁ ସାମନ୍ୟ ଆଶ୍ଵସ୍ତି। ଆସନ୍ତା ମେ’ ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏଥିପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବହିବାର ସମ୍ଭାବନା ରହିଛି।
ସେହିପରି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସୁନ୍ଦରଗଡ଼, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ସମ୍ବଲପୁର, ବରଗଡ଼, ଦେବଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଏପ୍ରିଲ ୨୯ରୁ ୩୦ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲରେ ସନ୍ଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଏପ୍ରିଲ ୩୦ରୁ ମେ’ ୧ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ମେ’ ୧ରୁ ୨ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ମେ’ ୨ରୁ ୩ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧାମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
Tags: #Weather #WeatherUpdate #Rainfall #Thunderstorm #Lightning #Odisha