ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ପବିତ୍ର ଅକ୍ଷୟ ଅବସରରେ ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଓୟୁଏଟି ଫାର୍ମଠାରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ କୃଷକ ଦିବସ ୨୦୨୫। ଏହି ଅବସରରେ ଅଖୀ ମୁଠି ଅନୁକୂଳ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଅକ୍ଷୟ ତୃତୀୟା ଅବସରରେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ୧,୦୨୫ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି। ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୪୯,୪୮୨ ଭୂମିହୀନ କୃଷି ପରିବାର ଏବଂ ୨,୩୮୨ ଜନଜାତି କୃଷକ ପରିବାରଙ୍କୁ ୨୦୨୫ ଖରିଫ ଫସଲ ପାଇଁ ୧,୦୨୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ପ୍ରଥମ ଥର ପାଇଁ ସହରାଞ୍ଚଳର ୨୫,୫୩୨ ଜଣ ଚାଷୀଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି।
ଏହି ଅବସରରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଦ୍ୱାରା ରଚିତ ‘କୃଷକ ସଂଗୀତ ପୁସ୍ତକ’ କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ।
ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ବିଭାଗ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଏକାମ୍ର ବିଧାୟକ ବାବୁ ସିଂହ, କୃଷି ଓ କୃଷକ ସଶକ୍ତି କରଣ ବିଭାଗ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ଏବଂ ଓୟୁଏଟିର କୂଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ପ୍ରମୁଖ ଯୋଗ ଦେଇଥିଲେ।
Tags: #AkshayTritiya #KrushakDivas #CMOdisha #MohanCharanMajhi #Culture #Tradition #Odisha

















