ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ହେବାରେ ଲାଗିଛି। ସାରା ଦେଶରେ ଜାରି ହୋଇଛି ହାଇ ଆଲର୍ଟ। ଏହି କ୍ରମରେ ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ମେ’ ୯ ତାରିଖରୁ ହୀରାକୁଦ ଡ୍ୟାମରେ ପର୍ଯ୍ୟଟକଙ୍କ ପ୍ରବେଶ ନିଷିଦ୍ଧ କରାଯାଇଛି। ସେହିପରି କେନ୍ଦ୍ରାପଡ଼ାର ମହାକାଳପଡ଼ାରେ ଥିବା ଲାଇଟ୍ହାଉସ୍କୁ ମଧ୍ୟ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି।
ପାରାଦୀପ ବନ୍ଦରରେ ସୁରକ୍ଷାକୁ ବୃଦ୍ଧି କରାଯାଇଛି। ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିକୁ ସବୁ ଦିଗରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ଭୁବନେଶ୍ୱର ଏୟାରପୋର୍ଟ ସମେତ ଝାରସୁଗୁଡ଼ା, ରାଉରକେଲା ଓ ଜୟପୁର ବିମାନବନ୍ଦର ହାଇ ଆଲର୍ଟରେ ରହିଛି।
ସେହିପରି ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ବାଲେଶ୍ଵରରୁ ଗଞ୍ଜାମ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଫୋକସ୍ରେ ରଖାଯାଇଛି।
ଅନ୍ୟପଟେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ମଧ୍ୟ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଛନ୍ତି।
Tags: #OperationSindoor #HighAlert #Security #India #Pakistan #Odisha