ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର। ୩୦ ଦିନ ପାଇଁ ତାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିରର ଗରିମା ଓ ମର୍ଯ୍ୟାଦା କ୍ଷୁର୍ଣ୍ଣ କରିବା ଅଭିଯୋଗରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଏହି ସମୟରେ, ସେ ଶ୍ରୀମନ୍ଦିରର କୌଣସି ରୀତିନୀତି ତଥା ପୂଜାକାର୍ଯ୍ୟରେ ସାମିଲ ହୋଇପାରିବେ ନାହିଁ। ଏପରିକି ଶ୍ରୀମନ୍ଦିର ଭିତରକୁ ମଧ୍ୟ ପ୍ରବେଶ କରିପାରିବେ ନାହିଁ। ଏହି ନିର୍ଦ୍ଦେଶ ନ ମାନିଲେ, ନିଲମ୍ବନ ଅବଧିକୁ ବର୍ଦ୍ଧିତ କରାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ପ୍ରସାଶନ ପକ୍ଷରୁ ଚେତାବନୀ ଦିଆଯାଇଛି।
ପଶିମବଙ୍ଗ ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେଇ ବିବାଦରେ ଛନ୍ଦି ହୋଇଥିଲେ ରାମକୃଷ୍ଣ ଦାସମହାପାତ୍ର। ଶ୍ରୀମନ୍ଦିର ପ୍ରଶାସନ ଏନେଇ ରାମକୃଷ୍ଣଙ୍କୁ ଦୁଇଟି ପୃଥକ ପୃଥକ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଏବେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
Tags: #ShriJagannath #Shrimandira #Puri #JagannathDham