ଓଡ଼ିଶାଲାଇଭ୍ ବ୍ୟୁରୋ

ସୁପ୍ରିମକୋର୍ଟର ୫୨ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗବଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି।

ମେ’ ୧୩ ତାରିଖ ଥିଲା ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଶେଷ କାର୍ଯ୍ୟ ଦିବସ। ମେ’ ୧୪ ତାରିଖରେ ଜଷ୍ଟିସ ଭୂଷଣ ରାମକୃଷ୍ଣ ଗବଇ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି। ୨୦୨୫ ମସିହା ନଭେମ୍ବର ୨୩ ତାରିଖ ଅବସର ଗ୍ରହଣ କରିବା ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ।

ଜଷ୍ଟିସ ଗବଇ ୧୯୮୫ ମସିହାରେ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ୨୦୧୯ ମସିହାରେ ସୁପ୍ରିମକୋର୍ଟର ବିଚାରପତି ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ଗତ ଛଅ ବର୍ଷ ମଧ୍ୟରେ ଅନେକ ଗୁରୁତ୍ଵପୂର୍ଣ୍ଣ ଖଣ୍ଡପୀଠର ନେତୃତ୍ଵ ନେଇଛନ୍ତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗବଇ।

Tags: #BRGavai #CJI #SupremeCourt #India

Comment