ଓଡ଼ିଶାଲାଇଭ୍ ବ୍ୟୁରୋ

ଅଦିନିଆ ବର୍ଷାରେ ଭିଜୁଛି ସାରା ଓଡ଼ିଶା। ମେ’ ୩୧ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମେ’ ୨୫ରୁ ୨୬ ତାରିଖ ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କନ୍ଧମାଳ।

ସେହିପରି ମେ’ ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ମେ’ ୨୭ରୁ ୨୮ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବହିବାର ସମ୍ଭାବନା ରହିଛି।

ସେହିପରି ମେ’ ୨୮ରୁ ୨୯ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ମେ’ ୨୯ରୁ ୩୦ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ରୁ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ମେ’ ୩୦ରୁ ୩୧ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।

Tags: #Weather #WeatherUpdate #Rainfall #ThunderstormLightning #Odisha #MeteorologicalCentreBhubaneswar

Comment