ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ଖରାରେ ଆଉଟ ପାଉଟ ହେଉଛନ୍ତି ରାଜ୍ୟବାସୀ। ଆଗକୁ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ଜୁନ ୯ ତାରିଖ ଯାଏଁ ସମଗ୍ର ରାଜ୍ୟକୁ ହିଟ୍ ଓ୍ଵେଭ୍ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଜୁନ ୪ରୁ ୯ ତାରିଖ ଯାଏଁ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଭୁବନେଶ୍ଵର, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ହିଟ୍ ଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।।
ଏହି ଜିଲ୍ଲାଗୁଡ଼ିକରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଆବଶ୍ୟକ ନଥିଲେ ଘରୁ ନବାହାରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
Tags: #Weather #WeatherNews #HeatWaveWarning #HotandHumidDay #MeteorologicalCenter #Bhubaneswar #Odisha














