ଓଡ଼ିଶାଲାଇଭ୍ ବ୍ୟୁରୋ

(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକମାନଙ୍କ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।
କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନିରଞ୍ଜନ ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରତିଭା ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରିୟଦର୍ଶୀ ରାଜେଶ, ଜିଲ୍ଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ନାୟକ, ବରିଷ୍ଠ ନାଗରିକ ସଂଘର ସଭାପତି, ସମ୍ପାଦକ ଓ ଉପଦେଷ୍ଟା ପ୍ରମୁଖ ମଞ୍ଚାସୀନ ଥିଲେ।
ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଅତିଥିମାନଙ୍କ ପରିଚୟ ଏବଂ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। କର୍ମଶାଳାରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନିରଞ୍ଜନ ବେହେରା ଏବଂ ବରିଷ୍ଠ ନାଗରିକ ମଞ୍ଚ ସଭାପତି, ସମ୍ପାଦକ, ଉପଦେଷ୍ଟା ନିଜ ନିଜର ଅଭିଜ୍ଞତା ଓ ବରିଷ୍ଠ ନାଗରିକ ମାନଙ୍କ ପ୍ରତି ସମାଜରେ ଆବଶ୍ୟକତା ଅଭିବ୍ୟକ୍ତ ପ୍ରକାଶ କରିଥିଲେ।
କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସୂଚନା ଦେବା ସହ ଏହାର ଲାଭ ଉଠାଇବାକୁ ପରାମର୍ଶ ଦେଇଥିଲେ।
ଜିଲ୍ଲା ସାମାଜିକ ସୁରକ୍ଷାର କର୍ମକର୍ତ୍ତା ଓ ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତାମାନେ କର୍ମଶାଳା ପରିଚାଳନାରେ ସହାୟତା କରିଥିଲେ।
Tags: #DistrictLevelSeniorCitizenCommittee #Meeting #Balasore #Odisha


















