ଓଡ଼ିଶାଲାଇଭ୍ ବ୍ୟୁରୋ

(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ପରିବେଶ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ବାରିପଦା ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି।
ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ନିର୍ଦ୍ଦେଶକ ଡକ୍ଟର ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ଅଧ୍ୟକ୍ଷତା ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ବାରିପଦା ବନଖଣ୍ଡ ଅଧିକାରୀ ଏ ଉମା ମହେଶ, ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଶିବ ପ୍ରସାଦ ରଥ, ପ୍ରଶାନ୍ତ କୁମାର କହଁର, ପରିବେଶ ସମିତିର ଉପସଭାପତି ବିଜୟ ଅଗ୍ରୱାଲ, ପରିବେଶ ସମିତିର ଯୁଗ୍ମ ସମ୍ପାଦକ ବିବେକାନନ୍ଦ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ପରିବେଶ ସୁରକ୍ଷା ଉପରେ ବକ୍ତବ୍ୟ ରଖିଥିଲେ।
ଏହି ଅବସରରେ ପରିବେଶ ଥିମକୁ ନେଇ କରାଯାଇଥିବା ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ପରିବେଶ ପାଇଁ କାମ କରୁଥିବା ଜିଲ୍ଲାର ୧୭ ଜଣ ବ୍ୟକ୍ତିଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା।
ଏହି ଅବସରରେ ଅତିଥିମାନେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସାମିଲ ହୋଇ ଗୋଟିଏ ଗୋଟିଏ ଗଛ ଲଗାଇଥିଲେ। ଗୋଟିଏ ଗଛ ପରିବେଶ ସନ୍ତୁଳ କରିବାରେ ବଡ଼ ଭୂମିକା ଗ୍ରହଣ କରିଥାଏ ବୋଲି ଅତିଥିମାନେ ଏହି ଅବସରରେ କହିଥିଲେ।
ଶେଷରେ ପିଠାବଟା ରେଞ୍ଜ ଅଧିକାରୀ ଶ୍ରଧେୟ ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।
Tags: #WorldEnvironmentDay #TreePlantation #ParibeshSamiti #Baripada #Mayurbhanj


















