ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆଶ୍ଵସ୍ତି। ଜୁନ ୧୨ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି।
ଜୁନ ୮ରୁ ୯ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଜୁନ ୧୦ରୁ ୧୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବହିବା ନେଇ ଆକଳନ କରାଯାଇଛି।
ଜୁନ ୧୧ରୁ ୧୨ ତାରିଖ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherNews #ThunderstormLightning #RainfallWarning #Odisha












