ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତ ବର୍ଷ ବର୍ଷା ପାଇଁ ଫିକା ପଡ଼ିପାରେ ରଜ। କାରଣ ଜୁନ ୧୬ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବହିବା ନେଇ ପୂର୍ବାନୁମାନ କରାଯାଇଛି। ଅନ୍ୟ ସବୁ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
ସେହିପରି ଜୁନ ୧୦ରୁ ୧୧ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ ୧୧ରୁ ୧୨ ତାରିଖ ମଧ୍ୟରେ ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେହିପରି ଜୁନ ୧୨ରୁ ୧୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ ୧୩ରୁ ୧୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜୁନ ୧୪ରୁ ୧୫ ତାରିଖ କେବଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜୁନ ୧୫ରୁ ୧୬ ତାରିଖ କଟକ ଓ ନୟାଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherNews #ThunderstormLightning #RainfallWarning #Odisha












