ଓଡ଼ିଶାଲାଇଭ୍ ବ୍ୟୁରୋ

ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁନ ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଜୁନ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜୁନ ୧୪ରୁ ୧୫ ତାରିଖ ମଧ୍ୟରେ ମୟୂରଭଞ୍ଜ, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଜୁନ ୧୫ରୁ ୧୬ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଜୁନ ୧୬ରୁ ୧୭ ତାରିଖ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜୁନ ୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିକରାଯାଇଛି।

Tags: #Weather #WeatherNews #ThunderstormLightning #RainfallWarning #Odisha

Comment