ଓଡ଼ିଶାଲାଇଭ୍ ବ୍ୟୁରୋ

ଗୁଜରାଟର ଅହମ୍ମଦାବାଦ ବିମାନ ବନ୍ଦରରୁ ଲଣ୍ଡନ ଅଭିମୁଖେ ଯାତ୍ରା କରୁଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ମୋଟ ୨୪୨ ଜଣ ଥିଲେ। ୨୩୦ ଜଣ ଯାତ୍ରୀଙ୍କ ସହ ୧୨ ଜଣ କ୍ରୁ ମେମ୍ବରଙ୍କୁ ଧରି ଗୁରୁବାର ଦିନ ଲଣ୍ଡନ ଅଭିମୁଖେ ଉଡ଼ାଣ ଭରିଥିଲା ଏୟାର ଇଣ୍ଡିଆ ବିମାନ।
ଅହମ୍ମଦାବାଦ ବିମାନ ବନ୍ଦରରୁ ଯାତ୍ରୀଙ୍କୁ ଧରି ଲଣ୍ଡନ ଅଭିମୁଖେ ଯାତ୍ରା ଆରମ୍ଭ କରିବାର ମାତ୍ର କିଛି ସମୟ ମଧ୍ୟରେ ମେଘାନୀନଗର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏୟାର ଇଣ୍ଡିଆ ବିମାନ। ଦୁର୍ଘଟଣା ପରେ ବିମାନଟି ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରୁ ବାହାରୁ ଥିବା ଧୂଆ ସମଗ୍ର ଅଞ୍ଚଳକୁ ଧୂଆଁମୟ କରିଦେଇଥିଲା।
ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଦୁର୍ଘଟଣାଗ୍ରସ୍ତ ବିମାନରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିୟଜ ରୂପାନୀ ଥିବା ଜଣାପଡ଼ିଛି। ଏହି ବିମାନ ଦୁର୍ଘଟଣା ସମୟର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
Tags: #PlaneCrash #AhmedabadPlaneCrash #AirIndiaFlight #India

















