ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁନ ୨୫ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ରେଡ, ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଅନ୍ୟ ସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଜୁନ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ବରଗଡ଼ ଓ ସୋନପୁରକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ଜୁନ ୨୦ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଜୁନ ୨୧ରୁ ୨୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜୁନ ୨୨ ଓ ୨୩ ତାରିଖ ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

୨୪ ତାରିଖ ପାଇଁ କୌଣସି ଓ୍ଵାର୍ଣ୍ଣିଂ ନଥିବା ବେଳେ ୨୪ରୁ ୨୫ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ଵରକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdate #HeavyRainfallWarning #Odisha #MeteorologicalCentre

Comment