ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଉ ୪ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ଏ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଜୁନ ୨୦ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଜୁନ ୨୧ରୁ ୨୨ ତାରିଖ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଜୁନ ୨୨ରୁ ୨୩ ତାରିଖ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #HeavyRainfallWarning #Odisha #MeteorologicalCentre

Comment