ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସାରା ଭୁବନେଶ୍ଵର ପୋଲିସ ଛାଉଣୀରେ ରହିଛି। ଗଳି କନ୍ଦିରେ ପୋଲିସ ମୁତୟନ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ୩ଟା ୪୦ରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ। ଏହା ପରେ ସେ ବିମାନବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ ସୋ’ କରିବେ ରୋଡ ସୋ’କୁ ଦୃଷ୍ଟିରେ ରଖି କମିଶଟନରେଟ ପୋଲିସ ପକ୍ଷରୁ ଭୁବନେଶ୍ଵର ପାଇଁ ଟ୍ରାଫିକ୍ ନିୟମ ମଧ୍ୟ ଜାରି କରାଯାଇଛି।

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନତା ମଇଦାନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ଏକ ବର୍ଷର ଉପଲବ୍ଧି ବଖାଣିବେ। ଏହା ସହ ପ୍ରାୟ ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ଵରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩୩ ପ୍ଲାଟୁନ ପୋଲିସ ଫୋର୍ସ ସହ ୫୦୦ରୁ ଅଧିକ ପୋଲିସ ଅଧିକାରୀ, ଅର୍ମଡ ପୋଲିସ ଫୋର୍ସ ଏବଂ ସ୍ଵତନ୍ତ୍ର ଏଜେନ୍ସି ସୁରକ୍ଷା ଦାୟିତ୍ଵରେ ରହିଛନ୍ତି।

ବିମାନବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା ସହ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି।

Tags: #PMNarendraModi #RoadShow #OdishaGovt #BJPGovt #Traffic #Bhubaneswar #Odisha 

Comment