ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଜୁନ ୨୬ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ରାୟଗଡ଼ା ଓ କୋରାପୁଟ।
ଜୁନ ୨୨ରୁ ୨୩ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଜୁନ ୨୩ରୁ ୨୪ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ କରିଛି ପାଣିପାଗ କେନ୍ଦ୍ର।
ଜୁନ ୨୪ରୁ ୨୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ ୨୫ରୁ ୨୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherNews #HeavyRainfallWarning #ThunderstormLightning #MeteorologicalCentre #Odisha











