ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଜୁନ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ କେବଳ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ା ଜିଲ୍ଲାକୁ ଛାଡ଼ି ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜୁନ ୨୩ରୁ ୨୪ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ବୌଦ୍ଧ ଓ ବରଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜୁନ ୨୪ରୁ ୨୫ ତାରିଖ ମଧ୍ୟରେ ସମଗ୍ର ଜିଲ୍ଲାକୁ ବଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜୁନ ୨୫ରୁ ୨୬ ତାରିଖ ବେଳକୁ ବର୍ଷାର ପରିମାଣ ଆହୁରି ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି।
ଜୁନ ୨୫ରୁ ୨୬ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଜୁନ ୨୬ରୁ ୨୭ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Tags: #Weather #WeatherNews #HeavyRainfallWarning #ThunderstormLightning #MeteorologicalCentre #Odisha