ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁନ ୨୯ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଜୁନ ୨୫ରୁ ୨୬ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର ଓ କେନ୍ଦୁଝର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ ୨୬ରୁ ୨୭ ତାରିଖ ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଜୁନ ୨୮ରୁ ୨୯ ତାରିଖ ମଧ୍ୟରେ ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବରଗଡ଼ ଓ ଝାରସୁଗୁଡ଼ାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherNews #HeavyRainfallWarning #ThunderstormLightning #MeteorologicalCentre #Odisha












