ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରବଳ ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ଜୁଲାଇ ୨ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ ବଲାଙ୍ଗିର। ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବରଗଡ଼ ଓ ଝାରସୁଗୁଡ଼ା।

ଜୁନ ୨୭ରୁ ୨୮ ତାରିଖ ମଧ୍ୟରେ ବଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

ଜୁନ ୨୮ରୁ ୨୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଜୁନ ୩୦ରୁ ଆସନ୍ତା ଜୁଲାଇ ୧ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜୁନ ୧ରୁ ୨ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherNews #HeavyRainfallWarning #ThunderstormLightning #MeteorologicalCentre #Odisha

Comment