ଓଡ଼ିଶାଲାଇଭ୍ ବ୍ୟୁରୋ

ଝିପି ଝିପି ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ଜୁଲାଇ ୫ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେରଶ୍ଵସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ବରଗଡ଼ ଓ ସୋନପୁର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଜୁଲାଇ ୨ରୁ ୩ ତାରିଖ ମଧ୍ୟରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜୁଲାଇ ୩ରୁ ୪ ତାରିଖ ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ ୪ରୁ ୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherNews #HeavyRainfallWarning #Odisha #MeteorologicalCentreBhubaneswar

















