ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି। ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରମୁଖ ସଚିବ ଓ ସ୍ଵତନ୍ତ୍ର ସଚିବ। ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ଶାଶ୍ଵତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ହୋଇଥିବାବେଳେ ମିର୍ଦ୍ଧା ଟପ୍ପୋ ସ୍ଵତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ରାଜ୍ୟ ସଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିକୁଞ୍ଜ ବିହାରୀ ଧଳଙ୍କ ସ୍ଥାନରେ ଶାଶ୍ୱତ ମିଶ୍ରଙ୍କୁ ନିଯୁକ୍ତ କରାଯାଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଶାଶ୍ଵତ ମିଶ୍ର ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସହ ଇଡ୍‌କୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ଵ ତୁଲାଇବେ।

ସେହିପରି ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ମିର୍ଦ୍ଧା ଟପ୍ପୋ କେନ୍ଦୁଝର ଜିଲ୍ଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବରେ କାର୍ଯ୍ୟରତ ଥିଲେ।

Tags: #AdministrativeReshuffle #CMO #IAS #OAS #Odisha

Comment