ଓଡ଼ିଶାଲାଇଭ୍ ବ୍ୟୁରୋ

ତୁହାକୁ ତୁହା ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁଲାଇ ୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ବୌଦ୍ଧ, ସୋନପୁର, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜୁଲାଇ ୪ରୁ ୫ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗିର ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଜୁଲାଇ ୫ରୁ ୬ ତାରିଖ ମଧ୍ୟରେ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ଵରକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଜୁଲାଇ ୬ରୁ ୭ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherNews #HeavyRainfallWarning #Odisha #MeteorologicalCentreBhubaneswar

Comment