ଓଡ଼ିଶାଲାଇଭ୍ ବ୍ୟୁରୋ

ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଆରଆଣ୍ଡବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ଵର ମାଝୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦିଲେଶ୍ଵର ମାଝୀଙ୍କର ୬ଟି ଠିକଣା ଉପରେ ଏକକାଳୀନ ଚଢ଼ଉ କରିଛି ଭିଜିଲାନ୍ସ।
ସରକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ଵର ମାଝୀଙ୍କର ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାର ୬ଟି ସ୍ଥାନରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ନେଇ ଦିଲେଶ୍ଵର ମାଝୀଙ୍କ ବିରୋଧରେ ଅଭିଯୋଗ ହୋଇଆସୁଥିଲା।
ବଲାଙ୍ଗିା ଭିଜିଲାନ୍ସର ସ୍ଵତନ୍ତ୍ର ବିଚାରପତିଙ୍କ ପକ୍ଷରୁ ଜାରି ସର୍ଚ୍ଚ ଓ୍ଵାରେଣ୍ଟ ବଳରେ ଏହି ଚଢ଼ଉ କରାଯାଇଛି। ଚଢ଼ଉରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।
Tags: #VigilanceRaid #Balangir #Titlagarh #RAndB












