ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁଲାଇ ୨୧ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ଵର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜୁଲାଇ ୧୭ରୁ ୧୮ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସେହିପରି ଜୁଲାଇ ୧୮ରୁ ୧୯ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଜୁଲାଇ ୧୯ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Tags: #Weather #WeatherUpdate #HeavyRainfallWarning #Odisha #MeteorologicalCentre

















