ଓଡ଼ିଶାଲାଇଭ୍ ବ୍ୟୁରୋ

ପରଲୋକରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ପ୍ରତିଷ୍ଠାତା ଶିବୁ ସୋରେନ। ଅସୁସ୍ଥତା କାରଣରୁ ସେ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସୋମବାର ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଶିବୁ ସୋରେନ। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା।
ଶିବୁ ସୋରେନଙ୍କ ଦେହାନ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ପୁଅ ହେମନ୍ତ ସୋରେନ।
ଝାଡ଼ଖଣ୍ଡକୁ ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ଗଠନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ଶିବୁ ସୋରେନ। ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ପ୍ରତିଷ୍ଠା କରିଥିଲେ। ଦିଶୋମ ଗୁରୁ ନାମରେ ବେଶ ଜଣାଶୁଣା ଥିଲେ ଶିବୁ ସୋରେନ।
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
Tags: #Politics #ShibuSoren #JharkhandMuktiMorcha #JMM

















