ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଲାଗି ରହିଛି। ଅଗଷ୍ଟ ୧୦ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟ ମଧ୍ୟରେ ରାଜ୍ୟରେ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅଗଷ୍ଟ ୯ ତାରିଖରେ ମଧ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେବେ ଅଗଷ୍ଟ ୧୦ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୧୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।
Tags: #Weather #WeatherUpdate #Rainfall #RainfallWarning #MeteorologicalCentre #Bhubaneswar













