ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଗଷ୍ଟ ୨୧ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧ।
ସେହିପରି ଅଗଷ୍ଟ ୧୭ରୁ ୧୮ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧାମାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଅଗଷ୍ଟ ୧୮ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାଜୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ବିଜୁଳି ଘଡ଼ିଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅଗଷ୍ଟ ୨୦ରୁ ୨୧ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherUpdates #HeavyRainfallWarning #Odisha #MeteorologicalCentre

















