ଓଡ଼ିଶାଲାଇଭ୍ ବ୍ୟୁରୋ

ଆହୁରି ଭିଜିବ ଓଡ଼ିଶା। ଅଗଷ୍ଟ ୨୫ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଜଗପତି।

ସେହିପରି ଅଗଷ୍ଟ ୨୧ରୁ ୨୩ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ପୁରୀ, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୨୩ରୁ ୨୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #RainfallWarning #MeteorologicalCentre #Odisha

Comment