ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଅଗଷ୍ଟ ୨୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ସାରା ଓଡ଼ିଶାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ ୨୨ରୁ ୨୩ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଅଗଷ୍ଟ ୨୩ରୁ ୨୪ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଅଗଷ୍ଟ ୨୪ରୁ ୨୫ ତାରିଖ ମଧ୍ୟରେ କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଅଗଷ୍ଟ ୨୫ରୁ ୨୬ ତାରିଖ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅଗଷ୍ଟ ୨୬ରୁ ୨୭ ତାରିଖ ମଧ୍ୟରେ ଅତିପ୍ରବଳ ବର୍ଷା ପାଇଁ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherUpdate #RainfallWarning #MeteorologicalCentre #Odisha











