ଓଡ଼ିଶାଲାଇଭ୍ ବ୍ୟୁରୋ

ଏଣିକି ସରକାରୀ ବସରେ ମାଗଣାରେ ଯାତ୍ରା କରିପାରିବେ ସ୍କୁଲ ଛାତ୍ରଛାତ୍ରୀ। ଏଥିପାଇଁ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଆବଶ୍ୟକ। ସ୍କୁଲ ଆଇଡେଣ୍ଟିକାର୍ଡ ଦେଖାଇ ସରକାରୀ ବସରେ ମାଗଣାରେ ଯାତ୍ରା କରିପାରିବେ ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସେହିପରି ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କେବଳ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କୁ ମାଗଣା ବହି ମିଳୁଥିଲା।

ଏଥିସହିତ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରାଥମିକ ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ।

Tags: #SchoolStudent​ #FreeBusService​ #OdishaGovt​ #SchoolAndMassEducation​

Comment