ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱରସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଅଗଷ୍ଟ ୩୦ ତାରିଖରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଲୋକକଳା ସଂଘର ମିଳିତ ସହଯୋଗରେ ଏହି ରାଜ୍ୟସ୍ତରୀୟ ନୃତ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଥିଲା।

ଏଥିରେ ରାଜ୍ୟର ୨୦ଟି ନୃତ୍ୟଦଳ ଅଂଶଗ୍ରହଣ କରିଥିଲେ। ଏହି ମହୋତ୍ସବରେ ନୃତ୍ୟଶିଳ୍ପୀମାନେ ଚମତ୍କାର ନୃତ୍ୟ ପରିବେଷଣ କରିବା ସହିତ ଗୋଟିପୁଅ ନୃତ୍ୟର ମହନୀୟତା ପ୍ରଦର୍ଶିତ ହୋଇଥିଲା।

Tags: #Gotipua #OdishaTradition #FolkDance

Comment