ଓଡ଼ିଶାଲାଇଭ୍ ବ୍ୟୁରୋ

ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ। ହୃଦଘାତର ଶିକାର ହେବା ପରେ ରାଜେନ୍ଦ୍ର ଢୋଲକିଆଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା।
ରାଜେନ୍ଦ୍ର ଢୋଲକିଆ ନୂଆପଡ଼ା ବିଧାସନଭା ଆସନରୁ ୪ ଥର ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୦୪ ମସିହାରେ ନୂଆପଡ଼ା ବିଧାନସଭା ଆସନରୁ ସ୍ଵାଧୀନ ପ୍ରାର୍ଥୀ ବିଧାୟକ ନିର୍ବାଚିତ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ। ପରେ ୨୦୦୯ ମସିହାରେ ବିଜେଡି ଟିକେଟରୁ ନିର୍ବାଚନ ଲଢ଼ି ପୁଣି ସମାନ ଆସନରେ ବିଧାୟକ ହୋଇଥିଲେ। ୨୦୧୪ ନିର୍ବାଚନରେ ସଫଳତା ମିଳିଥିଲେ ମଧ୍ୟ ୨୦୧୯ ନିର୍ବାଚନରେ ପୁଣି ବିଜେଡି ଟିକେଟରେ ବିଧାୟକ ନିର୍ବାଚିତ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ। ବିଜେଡି ସରକାରରେ ସେ ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗ ମନ୍ତ୍ରୀ ହୋଇଥିଲେ।
୨୦୨୪ ନିର୍ବାଚନରେ ଲଢ଼ି ପୁଣି ଥରେ ନୂଆପଡ଼ା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜନ୍ଦ୍ରେ ଢୋଲକିଆ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ଅମର ସ୍ଵର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି।
ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂଆପଡ଼ା ବିଧାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି। ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନବୀନ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ।
ନବୀନ ପଟ୍ଟନାୟକ ସ୍ଵର୍ଗତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
Tags: #RajendraDholkia #NuapadaMLA #Politician #BJD #Odisha


















