ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ଷା ଭିଜିବ ଓଡ଼ିଶା। ସେପ୍ଟେମ୍ବର ୧୬ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ସେପ୍ଟେମ୍ବର ୧୨ରୁ ୧୩ ତାରିଖ ମଧ୍ୟରେ ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେପ୍ଟେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେପ୍ଟେମ୍ବର ୧୪ରୁ ୧୫ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୧୫ରୁ ୧୬ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #RainfallWarning #Odisha #MeteorologicalCentre

Comment