ଓଡ଼ିଶାଲାଇଭ୍ ବ୍ୟୁରୋ

ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୧୮ରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ୨୫ ତାରିଖ ଯାଏଁ ଚାଲିବ। ପ୍ରଥମ ଦିନରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ପରେ ବାଚସ୍ପତି ସୁରମା ପାଢ଼ୀ ବିଧାନସଭା ଗୃହକାର୍ଯ୍ୟକୁ ଆସନ୍ତାକାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି।

ଗୃହରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ପୂର୍ବତନ ବିଧାୟକ ନିରଞ୍ଜନ ହେମ୍ବ୍ରମ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ଭଞ୍ଜ, ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବା ପରେ ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ ଏହାକୁ ସମର୍ଥନ ଜଣାଇଥିଲେ।

Tags: #OdishaAssembly #MonsoonSession #OdishaPolitics #Odisha

Comment