ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ମଧ୍ୟ ଚାଲିପାରିଲାନି ବିଧାନସଭା। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ଣ ୪ଟା ଟାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନରେ ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ ଜଣାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସାର ଅଭାବ ପ୍ରସଙ୍ଗକୁ ନେଇ ଗୃହରେ ହୋହଲ୍ଲା କରିଥିଲେ ବିରୋଧୀ ବିଜେଡି ବିଧାୟକ। ଅଚଳାବସ୍ଥା ସୃଷ୍ଟି ହେବାରୁ ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି।
Tags: #OdishaAssembly #MonsoonSession #OdishaPolitics #Odisha


















